ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳ ୮ଟା ୩୦ ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଆଜି ସକାଳ ସାଢେ ୮ଟାରୁ ଆସନ୍ତାକାଲି ସକାଳ ସାଢେ ୮ଟା ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏପଟେ ବିଜୁଳି ଘଡ଼ଘଡ଼ି ଚିନ୍ତାର କାରଣ ପାଲଟିଛି। ଦୁଇ ଦିନ ଭିତରେ ରାଜ୍ୟରେ ବଜ୍ରପାତରେ ଗଲାଣି ୧୬ ଜୀବନ। ଶନିବାର ୧୦ ଜଣ ଏବଂ ଗତକାଲି ୬ ଜଣଙ୍କ ଜୀବନ ଯାଇଛି ବଜ୍ରପାତ। ବିଶେଷ କରି ଚାଷ ଜମିରେ କାମ କରୁଥିବା ବେଳେ ଅଧିକାଂଶ ବଜ୍ରାଘାତର ଶିକାର ହେଉଛନ୍ତି। ଏଥିଲାଗି ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡା, ଗଂଜାମ କୋରାପୁଟ, ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି |ସେହିପରି ଆସନ୍ତାକାଲି ପାଇଁ କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୧ରୁ ବର୍ଷାର ପ୍ରଭାବ କମିବ ବୋଲି ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.