ସେପ୍ଟେମ୍ବର ସୁଦ୍ଧା ମିଳିବ ନୂଆ ରାସନ କାର୍ଡ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ଏନେଇ ବିଧାନସଭାରେ ବିଜେଡି ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି।

ନୂଆ ରାସନ କାର୍ଡ ପାଇଁ ଏବେ ସୁଦ୍ଧା ୧୦ ଲକ୍ଷ ଲୋକ ଆବେଦନ କରିଛନ୍ତି। ପୁରୁଣା କାର୍ଡରେ ଇ-କେୱାଇସି ଯାଞ୍ଚ ପୂର୍ବରୁ ଆରମ୍ଭ ହୋଇଥିବା ବେଳେ ନୂଆ କାର୍ଡ ଆବେଦନ ମଧ୍ୟ ଜାରି ରହିଛି।

ବର୍ତ୍ତମାନ ସୁଦ୍ଧା ୪୪ଲକ୍ଷ ୩୭ହଜାର ଲୋକଙ୍କର ଇ-କେୱାଇସି ଅପଡେଟ ସରିଥିବା ବେଳେ ଅନ୍ୟମାନଙ୍କ ଯାଞ୍ଚ ଚାଲିଥିବା ନେଇ ମନ୍ତ୍ରୀ ପ୍ରକାଶ କରିଛନ୍ତି । ସୂଚନା ଅନୁସାରେ ୧୦ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ଅପେକ୍ଷାରେ ରହିଛନ୍ତି।

Comments are closed.