ଭିଜିଲାନ୍ସ ଜାଲରେ ଜେଲ ସୁପରିଟେଣ୍ଡେଣ୍ଟ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜେଲ ସୁପରିଟେଣ୍ଡେଣ୍ଟ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାର ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ୱାଇଁଙ୍କୁ ସ୍କାନରକୁ ଆଣିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରୁଛି ଭିଜିଲାନ୍ସ।

କେନ୍ଦୁଝର ଅଫିସ ସହ ଭୁବନେଶ୍ବର ଓ ଭଦ୍ରକର ୭ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି | ଭୁବନେଶ୍ୱରର ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି ରହିଛି। କେନ୍ଦୁଝର ଅଫିସ୍, ବାସଭବନ, ଭଦ୍ରକ ପୈତୃକ ଘର, ଭୁବନେଶ୍ବର ଲକ୍ଷ୍ମୀସାଗର ସ୍ଥିତ ଘର ଓ ଶ୍ୱଶୁର ଘର, ଜାଗମରା ସ୍ଥିତ ଘର ସମେତ ୭ଟି ସ୍ଥାନରେ ଚଢାଉ ହେଉଛି।

ଆୟବହିର୍ଭୂତ ସମ୍ପତ୍ତି ଠୁଳ ନେଇ ସତ୍ୟପ୍ରକାଶଙ୍କ ନାଁରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଏକ ମାମଲା ହୋଇ ଥିଲା |  ଭିଜିଲାନ୍ସ ସୂତ୍ରରୁ ପ୍ରକାଶ ଯେ, ସତ୍ୟପ୍ରକାଶ ସ୍ୱାଇଁଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଏକ ମାମଲା ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଏହି ଚଢ଼ାଉ ଜାରି ରହିଛି ।

Leave A Reply

Your email address will not be published.