ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଟୁଇନ ସିଟି ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ଣ୍ଣିଂ | ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ | ଟୁଇନ୍ ସିଟି ସମେତ ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀକୁ ମଧ୍ୟ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ | ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ୨୨ ତାରିଖ ବେଳକୁ ପଶ୍ଚିମବଙ୍ଗ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।
ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି; କିନ୍ତୁ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେ ପରିମାଣରେ ବର୍ଷା ହେବା ତାହା ଆଗକୁ ସ୍ପଷ୍ଟ କରାଯାଇ ପାରିବ ବୋଲି ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । କଟକ-ଭୁବନେଶ୍ବରରେ ମଧ୍ୟ ବର୍ଷା ଲାଗି ରହିଛି । ଟୁଇନ୍ ସିଟିରେ ଘଡଘଡି ବର୍ଷା ହେବା ନେଇ ଓ୍ବାର୍ଣ୍ଣିଂ ଜାରି ହୋଇଛି ।
ଆଗାମୀ ୨/୩ ଘଣ୍ଟା ପର୍ଯ୍ୟନ୍ତ ଘଡଘଡି ସହ ବର୍ଷା ହୋଇପାରେ । ଏହି ସମୟରେ ରାସ୍ତା ଦୃଶ୍ୟମାନ ମଧ୍ୟ ନ ହୋଇପାରେ ବୋଲି ସୂଚନା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ପରବର୍ତ୍ତୀ ଦୁଇଦିନ ଉପକୂଳ, ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Comments are closed.