ଖଟିଆରେ ବୁହା ହେଲେ ଗର୍ଭବତୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ। ଗାଁ କୁ ରାସ୍ତା ନଥିବାରୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଫଳରେ ପରିବାର ଲୋକେ ଖଟିଆ ରେ ପାଖାପାଖି ୧ କିଲୋମିଟର ରାସ୍ତା ଏବଂ ଏକ ନାଳ ପାର କରାଇଥିଲେ। ଏଭଳି ଘଟଣା ଦେଖିବାକୁ ମିଳିଛି ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଶାମୁକାନାଣ୍ଡି ପଞ୍ଚାୟତ ମଧୁବନ ଗ୍ରାମରେ ।

ଗ୍ରାମ ର ମାସି ଗୁଇଆ ଙ୍କ ପତ୍ନୀ ପାର୍ବତୀ ଙ୍କ ର ପ୍ରସବ ଯନ୍ତ୍ରଣା ହୋଇଥିଲା। ଫଳରେ ପରିବାର ଲୋକେ ଆମ୍ବୁଲାନ୍ସ କୁ ଯୋଗାଯୋଗ କରିଥିଲେ। ମଧୁବନ ଗ୍ରାମକୁ ଯିବାକୁ ଭଲ ରାସ୍ତା ନଥିବାରୁ ଏବଂ ମଝିରେ ଏକ ନାଳ ଥିବାରୁ ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ।

ଫଳରେ ପରିବାର ଲୋକେ ପାର୍ବତୀ ଙ୍କୁ ଖଟିଆ ରେ ବୋହି ଆଣି ଆମ୍ବୁଲାନ୍ସ ପାଖରେ ପହଞ୍ଚାଇଥିଲେ । ଆମ୍ବୁଲାନ୍ସ ଯୋଗେ ପାର୍ବତୀଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.