ଏଥର ସରୋଗେସି ପାଇଁ ସରକାରୀ ଛୁଟି ଘୋଷଣା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ମୋହନ ମାଝୀ ସରକାରଙ୍କ ବଡ ଘୋଷଣା । ଉଧାର ମାତୃତ୍ୱ ବା ସରୋଗେସି ପାଇଁ ମିଳିବ ମାତୃତ୍ବ ଓ ପିତୃତ୍ବ ଛୁଟି । ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ଦିନର ମାତୃତ୍ୱ ଛୁଟି ଓ ପୁରୁଷ କର୍ମଚାରୀଙ୍କୁ ୧୫ଦିନର ପିତୃତ୍ୱ ଛୁଟି ପ୍ରଦାନ କରାଯିବାର ସୁବିଧା ପ୍ରଦାନ କରାଯିବ। ଉଧାର ମାତୃତ୍ୱ ଦ୍ୱାରା ମାତୃତ୍ୱ ଓ ପିତୃତ୍ୱ ପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ଛୁଟି ପ୍ରଦାନ ପ୍ରସ୍ତାବ ସରକାରଙ୍କ ଅଧୀନରେ ବିଚାରଧୀନ ଥିଲା।

ରାଜ୍ୟପାଳଙ୍କ ଅନୁମୋଦନ ପରେ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସରୋଗେସି ପାଇଁ ରାଜ୍ୟ ସରକାରଙ୍କ ଏହି ନୂଆ ଛୁଟି ନିୟମ ଗୁରୁବାର ଠାରୁ କାର୍ଯ୍ୟକାରୀ ହୋଇଛି ।ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ରଙ୍କ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଉଧାର ମାତୃତ୍ୱ ବା ସରୋଗେସି ମାତୃତ୍ୱ ଓ ପିତୃତ୍ୱ ପାଇଁ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ଛୁଟି ପ୍ରଦାନ ପ୍ରସ୍ତାବ ବିଚାରଧୀନ ଥିଲା ।

ଯାହାକୁ ରାଜ୍ୟପାଳ ଆଦେଶ କ୍ରମେ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ଅର୍ଥ ବିଭାଗ ଏ ସଂକ୍ରାନ୍ତ ପ୍ରସ୍ତାବକୁ ଅନୁମୋଦନ କରିବା ସହ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି କରିଛି । ତେବେ ଏହି ଛୁଟି ଲାଭ କରିବାକୁ ଉଧାର ମାତ୍‌ୃତ୍ୱ ଉପରେ ହୋଇଥିବା ରାଜିନାମା ସହିତ ପଞ୍ଜୀକୃ ଡାକ୍ତର, ଡାକ୍ତରଖାନାରୁ ପ୍ରାପ୍ତ ଚିକିତ୍ସା ସମ୍ବନ୍ଧିତ ଦସ୍ତାବିଜ ଦେବାକୁ ପଡ଼ିବ। ଏହା ଗୁରୁବାରଠାରୁ କାର୍ଯ୍ୟକାରୀ ହେବ ବୋଲି ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ରାଜ୍ୟପାଳଙ୍କ ଆଦେଶକ୍ରମେ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ପତ୍ର ମାଧ୍ୟମରେ ଜଣାଇଛନ୍ତି।

Leave A Reply

Your email address will not be published.