ଓଡିଶାରୁ ଫେରିଲାଣି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରୁ ଫେରିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ରବିବାର ବିଭିନ୍ନ ଜିଲାରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି। ପାଗ ଅନୁକୂଳ ରହିଥିବାରୁ ଆଗାମୀ ୨ ଦିନ ମଧ୍ୟରେ ସମସ୍ତ ଜିଲାରୁ ମୌସୁମୀ ଫେରିଯିବ ବୋଲି ପାରିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଚଳିତବର୍ଷ ସ୍ଵାଭାବିକ ସମୟର ଦୁଇଦିନ ପୂର୍ବରୁ ମୌସୁମୀ ଫେରିଥିବା କୁହାଯାଇଛି। ତେବେ ଚଳିତବର୍ଷ ସ୍ଵାଭାବିକ ସମୟର ଦୁଇଦିନ ପୂର୍ବରୁ ମୌସୁମୀ ଫେରିଯାଇଛି।

ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ସହ ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମର ଅନେକ ସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଏହାସହ ନୂଆପଡା ଓ କଳାହାଣ୍ଡିର କିଛି ଅଂଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଅନ୍ୟପଟେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ଭାରତ ମହାସାଗର ମଧ୍ୟମ ଟ୍ରପୋସଫେରିକ୍ ସ୍ତର ପର୍ଯ୍ୟନ୍ତ ବ୍ୟାପିଛି।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ ଏହାର ପ୍ରଭାବରେ ଅକ୍ଟୋବର ୧୪  ରେ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ।ତେବେ ବର୍ତମାନ ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମୀ ଫେରିବା ଆରମ୍ଭ କରିଥିବା ଦେଖୁଇବାକୁ ମିଳିଛି। ଏହି କ୍ରମରେ ଗୁଜୁରାଟ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ବିହାର, ମହାରାଷ୍ଟ୍ର, ଛତିଶଗଡର କିଛି ଅଂଶ ଏବଂ ଓଡିଶା, ପଶ୍ଚିମବଙ୍ଗ ଏବଂ ସିକ୍କିମର କିଛି ଅଂଶରୁ ଦକ୍ଷିଣ-ପଶ୍ଚିମ ଫେରି ସାରିଛି।

Leave A Reply

Your email address will not be published.