ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲିଅନ୍ତା ଥାନା ସୁବାଳ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ଭଉଣୀ, ଭାଇଙ୍କ ମୃତ୍ୟୁ ଘଟିଛି। ମୃତ ଭଉଣୀ, ଭାଇଙ୍କ ବୟସ ୮ ଓ ୧୨ ବର୍ଷ ମଧ୍ୟରେ ହୋଇଥିବା ସୂଚନା ମିଳିଛି। ଏପରି ଦୁଃଖଦ ଘଟଣା ଘଟିଛି ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ସୁବାଳ ଗାଁରେ।
ମୃତ ଭାଇଭଉଣୀଙ୍କ ବୟସ ୧୨ ଓ ୮ ବର୍ଷ ହୋଇଥିବା ସୂଚନା ରହିଛି। ସୂଚନା ମୁତାବକ, ଆଜି ସକାଳେ ଭାଇଭଉଣୀ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ଅସାବଧାନତା କାରଣରୁ ସେମାନଙ୍କ ଗୋଡ଼ ଖସି ଯାଇଥିଲା। ଉଭୟ ପାଣିରେ ବୁଡ଼ି ଯାଇଥିଲେ | ପରିବାର ଲୋକେ ୨ଛୁଆଙ୍କୁ ନ ପାଇ ଚାରିଆଡେ ଖୋଜାଖୋଜି କରିଥିଲେ। ପରେ ପୋଖରୀ କୂଳରେ ଉଭୟଙ୍କ ଜୋତା ପଡ଼ିଥିବା ଦେଖିଥିଲେ।
ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ପରିବାର ଲୋକେ। ଅଗ୍ନିଶମ ବାହିନୀ ପହଞ୍ଚି ପୋଖରୀରୁ ୨ ଛୁଆଙ୍କୁ ଉଦ୍ଧାର କରିଥିଲେ। ସ୍ଥାନୀୟ ଲୋକେ ଭଉଣୀ, ଭାଇଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଝିଅ, ପୁଅ ଙ୍କୁ ହରାଇ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।
Comments are closed.