ବରିଷ୍ଠ ସେବାୟତରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ କରିଲେ ଦୁବୃର୍ତ୍ତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ | ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଚନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ମହାପ୍ରଭୁଙ୍କ ସେବା ପୂଜାରୁ ତାଙ୍କୁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ପ୍ରବେଶ କରିବାକୁ ନିଷିଦ୍ଧ କରାଯାଇଛି। ଶ୍ରୀମନ୍ଦିର ପ୍ରବେଶରେ କଟକଣା କରାଯାଇଥିବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରରେ କୌଣସି ପ୍ରକାରର ବିଶୃଙ୍ଖଳାକୁ ବି ବରଦାସ୍ତ କରାଯିବ ନାହିଁ ବୋଲି ସେ କହିଛନ୍ତି। ସୂଚନା ଆନୁସାରେ,   ଗତକାଲି ସନ୍ଧ୍ୟାରେ ଶ୍ରୀମନ୍ଦିରରୁ ଡ୍ୟୁଟି ସାରି ପଶ୍ଚିମଦ୍ବାର ଦେଇ ବାହାରି ଘରକୁ ଫେରୁଥିବା ସମୟରେ ପରିକ୍ରମା ପ୍ରକଳ୍ପ ଭିତରେ ଶ୍ରୀ ପଢ଼ିଆରୀଙ୍କୁ ଆକ୍ରମଣ ହୋଇଥିଲା।

ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ଖବର ପାଇ ଜିଲ୍ଲାପାଳ ସିଦ୍ଧାର୍ଥ ସ୍ବାଇଁ ଡାକ୍ତରଖାନାରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିଥିଲେ। ଏହି ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀ ସ୍ବାଇଁ ଗଣମାଧ୍ୟମକୁ କହିଥିଲେ। ଅପରପକ୍ଷେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଘଟଣାକୁ ଗୁରୁତ୍ବର ସହ ନେଇ କଡ଼ା ପଦକ୍ଷେପ ନିଆଯିବ ବୋଲି କହିଥିଲେ।

Leave A Reply

Your email address will not be published.