0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା।

ତାଙ୍କର ଦେହାନ୍ତ ନେଇ ପୁଅ କଳିଙ୍ଗ କେଶରୀ ପରିଡ଼ା ସୂଚନା ଦେଇଛନ୍ତି। ଉତ୍କଳ କେଶରୀ ପରିଡ଼ାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ତେବେ,  ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ ସଲାରୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ । ସାଲେପୁର କଲେଜ ଛାତ୍ର ସଂସଦ ସଭାପତି ଭାବେ ସେ ନିର୍ବାଚିତ ହୋଇଥିଲେ ।

ପରେ ଡେରାବିଶ ବ୍ଲକ ଚେୟାରମ୍ୟାନ ଭାବେ କାର୍ଯ୍ୟ କରିଥିଲେ । ୨୦୦୪ ରେ ସେ ଓଡ଼ିଶା ଗଣ ପରିଷଦ ଟିକେଟରେ ଲଢ଼ି କେନ୍ଦ୍ରାପଡା ର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ ରୁ ୨୦୨୩ ପର୍ୟ୍ୟନ୍ତ କେନ୍ଦ୍ରାପଡା ଜିଲା ବିଜେଡି ସଭାପତି ଭାବେ ଦାୟିତ୍ୱ ତୁଲାଇ ଥିଲେ l ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି l

Leave A Reply

Your email address will not be published.