ଆଜିଠୁ ଉତ୍ତରପ୍ରଦେଶରେ ଯୋଗୀ ରାଜ୍; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ

0

ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟ ନାଥଙ୍କ ସେକେଣ୍ଡ ଏନିଂସ। ଲଗାତାର ଦ୍ୱିତୀୟ ଥର ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଅଟଳ ବିହାରୀ ବାଜପେୟୀ ଇକାନା ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଯୋଗୀ।ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଯୋଗୀଙ୍କ ସମେତ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଶପଥଗ୍ରହଣ କରିଛନ୍ତି।ଏହା ସହିତ ମୋଟ ୫୨ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି।ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ଶାସିତ ରାଜ୍ୟ ସମେତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ।

ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ଉତ୍ତରପ୍ରଦେଶର ୪୦୩ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ଫଳାଫଳ ମାର୍ଚ୍ଚ ୧୦ ରେ ଘୋଷିତ ହୋଇଥିଲା ଯେଉଁଥିରେ ବିଜେପି ୨୫୫ ଟି ଆସନ ଜିତିଥିଲା। ଆସନଗୁଡ଼ିକ ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ପାଇବା ପରେ ବିଜେପି କ୍ରମାଗତ ଦ୍ୱିତୀୟ ଥର ପାଇଁ ସରକାର ଗଠନ କରିଛି।

Leave A Reply

Your email address will not be published.