୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ

0

ଓଡ଼ିଆ ନ୍ୟୁଜ୍: ଭାରତ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।

ଭାରତ ପାଣିପାଗ ବିଭାଗ ଉଲ୍ଲେଖ କରିଛି ଯେ, ୩ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ନିମ୍ନ ଟ୍ରପୋସ୍ଫେରିକସ୍ତରରେ ପଶ୍ଚିମ ବାୟୁ ପ୍ରାୟ ୨୦ ନଟ୍ସ ପର୍ଯ୍ୟନ୍ତ ତୀବ୍ର ହୋଇଛି, ଯାହା ମୌସୁମୀର ଆଗମନ ପାଇଁ ଅନୁକୂଳ ରହିଛି।ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁବ।

Leave A Reply

Your email address will not be published.