ଓଡ଼ିଆ ନ୍ୟୁଜ୍: ରତ୍ନବେଦୀ ଛାଡି ସ୍ନାନବେଦୀରେ ଚତୁର୍ଦ୍ଧାମୂରତି।ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଗଜାନନ ବେଶ । ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାପ୍ରଭୁଙ୍କ ଗଜାନନ ବେଶ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଦିବ୍ୟସ୍ନାନ ପରେ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ ।
ସ୍ନାନବେଦୀରେ ବିରାଜମାନ ଚତୁର୍ଦ୍ଧା ମୂରତି । ରତ୍ନବେଦୀ ଛାଡି ସ୍ନାନ ମଣ୍ଡପକୁ ବିଜେ କରିଛନ୍ତି ମହାପ୍ରଭୁ । ଦିନ ୧୨ଟା ୨୦ରେ ଅନୁଷ୍ଠିତ ହୋଇଥିଲା ଦିବ୍ୟ ସ୍ନାନ । ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ ଦେଉଛନ୍ତି । ଏହି ଅପୂର୍ବ ବେଶକୁ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରୁଛନ୍ତି ।