ଓଡ଼ିଆ ନ୍ୟୁଜ୍: ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଆସନ୍ତା ୨୭ ରେ ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ରୁ ୨ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା ଅଛି ।
ଯାହାକୁ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆଇଏମ୍ଡି ସୂଚନା ଅନୁଯାୟୀ ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ ।