ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ରାଜ୍ୟର ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ ଜାରି । ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖରେ ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି ।

ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଆଜି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ସମ୍ଭାବନା ଅଛି ।

Leave A Reply

Your email address will not be published.