ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଖୋଲିବା ନୂଆ ମେଡିକାଲ କଲେଜ।ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଆଉ ୯ଟି ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ MBBS କଲେଜ ପ୍ରତିଷ୍ଠା ହେବ।
ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର ଏବଂ ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ହେବା ପ୍ରତିଷ୍ଠା କରିବା ସହ ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ କରାଯିବ ବୋଲି ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ରାଜ୍ୟରେ ନୂଆ ମେଡିକାଲ କଲେଜ ଖୋଲିବା ନେଇ ବଜେଟ ଅନୁମୋଦନ ହୋଇଛି।