7 ଦିନ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ୍: ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା। ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।ଆସନ୍ତାକାଲି ଅର୍ଥାତ୍ ଜୁନ୍ ୨୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ନୟାଗଡ଼, ପୁରୀ, ଗଜପତି ଓ ଗଞ୍ଜାମ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।ଜୁନ୍ ୨୯ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.