ବନ୍ୟା ପାଇଁ ବାଲେଶ୍ୱର, ମୟୁରଭଞ୍ଜକୁ ରେଡ ଆଲର୍ଟ

0

ଓଡ଼ିଆ ନ୍ୟୁଜ୍: ଉତ୍ତର ଓଡ଼ିଶାରେ ବନ୍ୟା ଭୟ । ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବଡ଼ ବନ୍ୟା ଆଶଙ୍କା । ଫୁଲୁଛି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଡ଼ ବନ୍ୟା ଆଶଙ୍କା । ସତର୍କ ରହିବାକୁ ୨ ଜିଲ୍ଲାପାଳଙ୍କୁ କରାଗଲା ଆଲର୍ଟ । ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ ପରେ ତିନିଦିନ ପାଇଁ ଅଙ୍ଗନବାଡି ଓ ଦିନକ ପାଇଁ ସ୍କୁଲ ବନ୍ଦ ।

ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ର ଆଜି, ଆସନ୍ତାକାଲି ଓ ବୁଧବାର ଯାଏ ବନ୍ଦ ରହିବ । ପ୍ରଥମରୁ ଦଶମ ଶ୍ରେଣୀ ଯାଏ କେବଳ ଆଜି ପାଇଁ ବନ୍ଦ ରହିବ । ପାଗରେ ପରିବର୍ତ୍ତନ ଆସିବା ପରେ ଏହି ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଖୋଲାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।

Leave A Reply

Your email address will not be published.