ଓଡ଼ିଆ ନ୍ୟୁଜ୍: ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ ଖବର। ମୁଖ୍ୟମନ୍ତ୍ରୀ ଘୋଷଣା କଲେ ବଡ ଖବର। ଚିଟଫଣ୍ଡ ଜମାକାରୀଙ୍କୁ ମିଳିବ ଟଙ୍କା। ଏଥି ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ ପାଇଁ ମୋହନ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲାସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି। ଏହା ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧,୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରସ୍ତ କରିସାରିଛନ୍ତି। ଆସନ୍ତା ୩-୪ ମାସ ମଧ୍ୟରେ ଆଉ ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।