୨୪ ଘଣ୍ଟାରେ ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍: ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟାରେ ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରକୁ ସତର୍କତା ଜାରି । ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ବର୍ଷା ଜାରି ରହିଥିବାବେଳେ ଆହୁରି ଦୁଇଟି ଘୂର୍ଣ୍ଣିବଳୟ ଆଗପଛ ହୋଇ ଆସୁଛି। ନିର୍ଧୁମ ଢାଳିବ ବର୍ଷା। ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ଅଛି ।

ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ବିଭିନ୍ନ ମଡେଲକୁ ଅନୁଶୀଳନ କରି ଆଗାମୀ ଦୁଇ ସପ୍ତାହ ପାଇଁ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଜାରି କରିଛି । ଏହି ପୂର୍ବାନୁମାନ କହୁଛି, ଆସନ୍ତା ୬ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର, ପାଶ୍ୱର୍ବର୍ତ୍ତୀ ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ୩-୪ ଦିନ ଭିତରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବା ସମ୍ଭାବନା ଅଛି।

Leave A Reply

Your email address will not be published.