ଓଡ଼ିଆ ନ୍ୟୁଜ୍: ଓଡ଼ିଶା ଭାରତୀୟ ଜନତା ପାର୍ଟି ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି, ଯେଉଁଥିରେ ମୋଟ ୨୭୩ ଜଣ ଭୋଟରଙ୍କ ନାମ ସାମିଲ ହୋଇଛି। ଏହି ତାଲିକାରେ ଜିଲା ସଭାପତି, ରାଜ୍ୟ ପରିଷଦ ସଦସ୍ୟ ଏବଂ ନିର୍ବାଚିତ ବିଧାୟକ ଓ ସାଂସଦଙ୍କ ମଧ୍ୟରୁ ୧୦ ପ୍ରତିଶତଙ୍କୁ ସ୍ଥାନ ଦିଆଯାଇଛି।
ବିଜେପି ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ. କେ. ଲକ୍ଷ୍ମଣଙ୍କ ନିର୍ଦ୍ଦେଶ ଅନୁସାରେ ଏହି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା ଅନୁଯାୟୀ, ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୭ରେ ନାମାଙ୍କନ ଦାଖଲ ହେବ। ଯଦି ଏକାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରନ୍ତି, ତେବେ ଜୁଲାଇ ୮ରେ ଗଣତାନ୍ତ୍ରିକ ପଦ୍ଧତିରେ ନିର୍ବାଚନ ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବ।