ଦୁଇ ବୁଲେଟ୍ ମୁହାଁମୁହିଁ ଧକ୍କା; ବାପପୁଅ ସମେତ ୩ ମୃତ

0

ଓଡ଼ିଆ ନ୍ୟୁଜ୍: ଦୁଇ ବାଇକ ମୁହାଁ ମୁହିଁ ଧକା, 3 ମୃତ। ଗଂଜାମ ଜିଲ୍ଲା ଜରଡ଼ା ଥାନା ଅନ୍ତର୍ଗତ ଠଣାଗାଁ ରାସ୍ତା ନିକଟ ତଥା ଜରଡ଼ା-ସାମନ୍ତରାପୁର ଗ୍ରାମ ମଧ୍ୟସ୍ଥଳୀ ଠାରେ ଗୋଟିଏ ବୁଲେଟ ଓ ଅନ୍ୟଟି ଯାଭା ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣକ ମୃତ୍ୟୁ ଘଟିଥିବା ଏକା ସମ୍ବେଦନଶୀଳ ଘଟଣା ଘଟିଛି। ମୃତକମାନେ ହେଲେ ଜରଡ଼ା ଥାନା ଅଧୀନ ସାମନ୍ତରାପୁର ଗ୍ରାମର ଦଉ ଗୌଡ ଓ ତାଙ୍କ ପୁଅ ସୁନିଲ ଗୌଡ । ସେହିଭଳି ଅନ୍ୟ ମୃତକ ଜଣକ ହେଲେ ବି. ଏନ ପୁର ଥାନା ଅଧୀନ ଗୁଇଲୁଣ୍ଡି ଅଂଚଳର ରାଜେଶ ପାଣିଗ୍ରାହୀ ।

ରାଜେଶ ଓ ତାଙ୍କ ସାଙ୍ଗମାନେ ବାର୍‌ହାପଥରକୁ ବଣଭୋଜି କରିବାକୁ ଯାଇଥିଲେ। ଫେରିବା ସମୟରେ ସେମାନେ ବିପରୀତ ଦିଗରୁ ଆସୁଥିବା ଗାଡ଼ି ସହିତ ଧକ୍କା ‌ହୋଇଥିଲେ। ଦଉ ଓ ସୁନିଲ କୌଣସି କାମରେ ଜରଡ଼ା ଗ୍ରାମରୁ ନିଜ ଗ୍ରାମକୁ ଫେରିବା ସମୟରେ ଠଣାଗାଁ ନିକଟରେ ଦଉ ଓ ସୁନିଲଙ୍କ ସହିତ ମୁହାଁମୁହିଁ ହୋଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସୁନିଲ ଏବଂ ରାଜେଶଙ୍କ ମୃତ୍ୟୁ ଘଟିଥିଲା। ସୁନୀଲଙ୍କ ବାପା ଦଉ ଗୁରୁତ୍ବର ଭାବେ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦଉଙ୍କ ଚିକିତ୍ସା ବେଳେ ମୃତ୍ୟୁ ଘଟିଥିବା ଜଣାପଡିଛି।

Leave A Reply

Your email address will not be published.