ଏମ୍ସରେ ଗୁରୁତର ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି

0

ଓଡ଼ିଆ ନ୍ୟୁଜ୍: ଭୁବନେଶ୍ୱର ଏମ୍ସରେ ଗୁରୁତର ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି।ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍‌କୁ ଯାଇ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ଏମ୍ସ ଭୁବନେଶ୍ୱର ସମାବର୍ତ୍ତନ ସମାରୋହ ପରେ ପହଞ୍ଚିଲେ।ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବର୍ଣ୍ଣ ୟୁନିଟ୍‌ ଗଲେ ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସାଧିନ ଅଛନ୍ତି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ଗୁରୁତର ଛାତ୍ରୀଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବର୍ଣ୍ଣ ୟୁନିଟରେ ପୀଡ଼ିତାଙ୍କୁ ସାକ୍ଷାତ କରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।

ସୂଚନାଯୋଗ୍ୟ, ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଡିଗ୍ରୀପ୍ରାପ୍ତ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଉଛି। ପୁଅଙ୍କ ତୁଳନାରେ ଅଧିକ ଝିଅ ସୱର୍ଣ୍ଣ ପଦକ ପାଇଥିବାରୁ ଆହୁରି ଖୁସି ଲାଗୁଛି। ମା, ଭଉଣୀ ହେଉଛନ୍ତି ସେବାର ପ୍ରତୀକ। ଝିଅମାନେ ଅଧିକରୁ ଅଧିକ ଡାକ୍ତର ହେଲେ ସେବା କାର୍ଯ୍ୟ ଜୋରଦାର ହେବ। ଗୁଣାତ୍ମକ ଚିକିତ୍ସା ଯୋଗୁ ଦେଶ ବାହାରୁ ଚିକିତ୍ସା ପାଇଁ ରୋଗୀ ଏମ୍ସ ଆସୁଛନ୍ତି। ଗତ ୧୦ ବର୍ଷରେ ୧୦ ଲକ୍ଷ ଲୋକ ଏମ୍ସରେ ଚିକିତ୍ସିତ ହୋଇଛନ୍ତି। ବାଲ୍ୟାବସ୍ଥା ଗାଁରେ କଟିଛି, ଗାଁରେ ଲୋକେ ଡାକ୍ତରଙ୍କୁ ଭଗବାନ ମାନନ୍ତି। ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ ଏହା ଏକ ବ୍ରତ। ଡାକ୍ତରୀ ସେବାର ଅନ୍ତ ନାହିଁ, ଶେଷ ନିଶ୍ବାସ ପର୍ଯ୍ୟନ୍ତ ସେବା ଯୋଗାଇବେ। ଏହା ୧୦ରୁ ୫ ଡ୍ୟୁଟି ନୁହେଁ, ସବୁବେଳେ କାମ କରିବାକୁ ହେବ।

Leave A Reply

Your email address will not be published.