ଓଡ଼ିଆ ନ୍ୟୁଜ୍: ପୁଣି ୪ ଦିନ ପ୍ରବଳ ବର୍ଷା । ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅଧିକ ବର୍ଷା ରହିବ । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୯ ତାରିଖରେ ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ହୋଇପାରେ । ୨୧ ତାରିଖ ଯାଏ ଅଧିକ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ ।