ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ମୟୂରଭଂଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। ଆସନ୍ତା କାଲି ପାଇଁ ମଧ୍ୟ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.