IAS ସ୍ତରରେ ବଡ଼ ଧରଣର ଅଦଲବଦଳ

0

ଓଡ଼ିଆ ନ୍ୟୁଜ୍: IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ଏହି ଅଦଳବଦଳରେ ସଚିବଙ୍କ ସହ କିଛି ଜିଲାର ଜିଲାପାଳ ମଧ୍ୟ ବଦଳି ହୋଇଛନ୍ତି। ରାତି ଅଧରେ ଆସିଲା ବଡ଼ ଖବର । IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ୪୮ ଜଣ IASଙ୍କୁ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ସବୁଠୁ ବଡ଼ କଥା ହେଉଛି ପୁରୀ ଜିଲ୍ଲାପାଳଙ୍କୁ ବଦଳାଇଛନ୍ତି ରାଜ୍ୟ ସରକାର । ଚଞ୍ଚଳ ରାଣାଙ୍କୁ BMC କମିଶନର ଭାବେ ନିଯୁକ୍ତି ମିଳିଛି । ରଥଯାତ୍ରା ଅଘଟଣ ପରେ ସେ ପୁରୀ ଜିଲାପାଳ ଭାବେ ଦାୟିତ୍ବ ନେଇଥିଲେ । ବର୍ତ୍ତମାନ ତାଙ୍କର ବଦଳି କରାଯାଇଛି ।ସେହିପରି ରୁପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ। ସଚିନ ରାମଚନ୍ଦ୍ର ଯାଦବ କ୍ରୀଡ଼ା ଓ ଯୁବ ସେବା ବିଭାଗର ସଚିବ ନିଯୁକ୍ତ। ସେହିପରି ଭୁପେନ୍ଦ୍ର ସିଂ ପୁନିଆ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ ନିଯୁକ୍ତ। ଗୁହା ପୁନମ ତାପସ କୁମାରଙ୍କୁ କେନ୍ଦ୍ରାଞ୍ଚଳ RDC ଭାବେ ଅତିରିକ୍ତ ଦାୟିତ୍ୱ।

ସଞ୍ଜୀବ କୁମାର ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ନିଯୁକ୍ତ। ହେମନ୍ତ ଶର୍ମା ଲୋକସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ। ହେମନ୍ତ ଶର୍ମା ଲୋକସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ। ଭାସ୍କରଜ୍ୟୋତି ଶର୍ମା ହେଲେ ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ। ସଂଗ୍ରାମ କେଶରୀ ମହାପାତ୍ର ଦକ୍ଷିଣାଞ୍ଚଳ RDC ଭାବେ ନିଯୁକ୍ତ। ବିଜୟ କୁମାର ଦାସ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ।ଅମ୍ରିତ ଋତୁରାଜ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ନିଯୁକ୍ତ। କନ୍ଧମାଳ ଜିଲ୍ଲାପାଳ ଥିଲେ ଅମ୍ରିତ ଋତୁରାଜ। ଦିବ୍ୟଜ୍ୟୋତି ପରିଡ଼ା ହେଲେ ପୁରୀ ଜିଲ୍ଲାପାଳ। ଗଞ୍ଜାମ ଜିଲ୍ଲାପାଳ ଥିଲେ ୨୦୧୬ ବ୍ୟାଚ୍‌ର ଦିବ୍ୟଜ୍ୟୋତି ପରିଡ଼ା।

ସୋମେଶ କୁମାର ଉପାଧ୍ୟାୟ ହେଲେ ମାଲକାନଗିରି ଜିଲ୍ଲାପାଳ। ଶୁଭଙ୍କର ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତ। ଆଶିଷ ଈଶ୍ବର ପାଟିଲ୍ ଢେଙ୍କାନାଳ ଜିଲ୍ଲାପାଳ। କୀର୍ତ୍ତି ଭାସନ ଭି- ଗଞ୍ଜାମ ଜିଲ୍ଲାପାଳ। ମନୋଜ ସତ୍ୟବାନ ମହାଜନ କୋରାପୁଟ୍ ଜିଲ୍ଲାପାଳ। ବେଦଭୂଷଣ କନ୍ଧମାଳ ଜିଲ୍ଲାପାଳ। କୁଲକର୍ଣ୍ଣି ଆଶୁତୋଷ ସି ରାୟଗଡ଼ା ଜିଲ୍ଲାପାଳ। ମଧୁସ୍ମିତା- ଗଜପତି ଜିଲ୍ଲାପାଳ। ଚୌହାନ କୁନାଲ୍ ମୋତିରାମ- ଝାରସୁଗୁଡ଼ା ଜିଲ୍ଲାପାଳ। ବିଭୂତି ଭୂଷଣ ନାୟକ ବୌଦ୍ଧ ଜିଲ୍ଲାପାଳ।

Leave A Reply

Your email address will not be published.