ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ବୃଦ୍ଧ

0

ଓଡ଼ିଆ ନ୍ୟୁଜ୍: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦୟାନିଧି ପୁର ପଞ୍ଚାୟତ ବଡ଼ିଆଓସ୍ତା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ବୃଦ୍ଧ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଘର ଭିତରେ ନିଜେ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମଦାହ କରିଛନ୍ତି। ବୃଦ୍ଧ ଜଣକ ହେଲେ ଗ୍ରାମର ପୁରୋହିତ ପୀତବାସ ଆଚାର୍ଯ୍ୟ(୬୨)। ପରିବାର ଲୋକେ ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ପାଟପୁର ପୋଲିସ ଖବରପାଇ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ରୁଜୁ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

Leave A Reply

Your email address will not be published.