ଦିଲ୍ଲୀ AIIMSରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ପ୍ରଭାତୀ ପରିଡା

0

ଓଡ଼ିଆ ନ୍ୟୁଜ୍: ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ପ୍ରଭାତୀ ପରିଡା।  ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ଅବଗତ ଅଛନ୍ତି। ରାଜ୍ୟ ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବେ ବୋଲି ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ମୋ ନିର୍ବାଚନ ମଣ୍ଡଳୀ କ୍ଷେତ୍ର ଅନ୍ତର୍ଗତ ବଳଙ୍ଗାର ପୀଡ଼ିତାଙ୍କୁ ଭେଟିବା ସହ ତାଙ୍କ ପରିବାରବର୍ଗ ଏବଂ ସମ୍ପର୍କୀୟଙ୍କ ସହ ଦେଖା କଲି। ଏହି ଗସ୍ତ ସମୟରେ, ତାଙ୍କୁ ଚିକିତ୍ସା ପ୍ରଦାନ କରୁଥିବା ଡାକ୍ତରୀ ଦଳ ଏବଂ ବିଶେଷଜ୍ଞମାନଙ୍କ ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଏବଂ ଆଗାମୀ ଦିନରେ ହେବାକୁ ଥିବା ଚିକିତ୍ସା ବିଷୟରେ ଆଲୋଚନା କଲି। ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ, ମହାପ୍ରଭୁଙ୍କ ନିକଟରେ ଏତିକି ପ୍ରାର୍ଥନା।

Leave A Reply

Your email address will not be published.