୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଓଡ଼ିଆ ନ୍ୟୁଜ୍: ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନ । ୧୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  । ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ  ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.