ଓଡ଼ିଆ ନ୍ୟୁଜ୍: ୧୨ ରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା।ଓଡ଼ିଶାରେ ଆସନ୍ତା ୧୨ ତାରିଖରୁ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ରାଜ୍ୟରେ ବର୍ଷାକୁ ଆହୁରି ତୀବ୍ର କରିପାରେ। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିବ।
ପାଣିପାଗ ବିଭାଗ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି। ବିଶେଷ କରି ୧୨ ତାରିଖ ପାଇଁ ରାଜ୍ୟର ୪ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଜଗତସିଂହପୁର ରହିଛି, ଯେଉଁଠାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।