୧୨ ନକଲି ଗୁମାସ୍ତା ଗିରଫ

0

ଓଡ଼ିଆ ନ୍ୟୁଜ୍: ଶ୍ରୀମନ୍ଦିରରୁ ନକଲି ଗୁମାସ୍ତା । ୧୨ ନକଲି ଗୁମାସ୍ତାଙ୍କୁ ଗିରଫ କରିଛି ପୋଲିସ । ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଏନଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲକୁ ପଠାଇ ଦିଆଯାଇଛି। ତେବେ ସୂଚନା ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ଆସିଥାନ୍ତି।

ଶ୍ରୀମନ୍ଦିରର ସଂସ୍କୃତି ଓ ପରମ୍ପରା ବିଷୟରେ ସେବାୟତ ଓ ସେମାନଙ୍କର ଗୁମାସ୍ତାମାନେ ଯାତ୍ରୀମାନଙ୍କୁ ଟିକିନିଖି ତଥ୍ୟ ପ୍ରଦାନ କରିଥାନ୍ତି। କିନ୍ତୁ କିଛି ନକଲି ଗୁମାସ୍ତା ଓ ଅଣ ସେବାୟତଙ୍କ ଯୋଗୁ ଯାତ୍ରୀମାନେ ଠକାମୀ ସହ ଦୁର୍ବ୍ୟବହାରର ଶିକାର ମଧ୍ୟ ହୋଇଥାନ୍ତି। ଏନେଇ ଅନେକଥର ଥାନାରେ ଅଭିଯୋଗ ହେବା ପରେ ଏବେ ଆକ୍ସନ ମୋଡ଼କୁ ଆସିଛି ପୁରୀ ପୋଲିସ।

Leave A Reply

Your email address will not be published.