୧୬ ଯାଏ ରାଜ୍ୟରେ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ୍: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଏହା ପ୍ରଭାବରେ ୧୬ ଯାଏ ବର୍ଷା ଲାଗି ରହିବ । ପୁଣି ୨୨/୨୩ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ କିଛି ଘଣ୍ଟାରେ ଘନିଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ଗତି କରିବାର ସମ୍ଭାବନା ରହିଛି।ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ।

ତେବେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାକି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଜାରି ରହିବ । ତେବେ ୧୮ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି ।

Leave A Reply

Your email address will not be published.