ଓଡ଼ିଆ ନ୍ୟୁଜ୍: ମା’ ସମଲେଶ୍ୱରୀଙ୍କ ପାଇଁ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ। ଆସନ୍ତା ୨୮ ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ନବାନ୍ନ ଲାଗି।ପ୍ରଚଳିତ ପରମ୍ପରା ଅନୁସାରେ ନନ୍ଦୋତ୍ସବ ତିଥିରେ ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନଧାର୍ଯ୍ୟ ହୋଇଛି।
ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତୁଳା ଲଗ୍ନରେ ଅଗଷ୍ଟ ୨୮ ପୂର୍ବାହ୍ଣ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ ନିମନ୍ନେ ଲଗ୍ନଧାର୍ଯ୍ୟ କରାଯାଇଛି।