ଓଡ଼ିଆ ନ୍ୟୁଜ୍: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର।୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ସମ୍ଭାବନା। ସେପଟେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ।ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଲର୍ଟ।ନବରଙ୍ଗପୁର, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡିକୁ ଆଲର୍ଟ, କଟକ-ଭୁବନେଶ୍ବର, ଖୋର୍ଦ୍ଧା, ପୁରୀ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଓ ମାଲକାନଗିରିକୁ ଆଲର୍ଟ ଜାରି।
ଏହାର ପ୍ରଭାବରେ ସୋମବାରଠାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିସହ ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ହୋଇପାରେ। ନୂଆ ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ୨୭ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି।