ବି. ସୁଦର୍ଶନ ରେଡ୍ଡୀ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ

0

ଓଡ଼ିଆ ନ୍ୟୁଜ୍: ଅବସରପ୍ରାପ୍ତ ବିଚାରପତି ବି. ସୁଦର୍ଶନ ରେଡ୍ଡୀ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ । ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ ସୁଦର୍ଶନ ରେଡ୍ଡୀ । ଇଣ୍ଡିଆ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଜଷ୍ଟିସ୍‌ ସୁଦର୍ଶନ ରେଡ୍ଡୀ । ତେବେ ସୁଦର୍ଶନ ରେଡ୍ଡୀ ହେଉଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି । କଂଗ୍ରେସ ନେତା ଜୟରାମ ରମେଶଙ୍କ ସୂଚନା ମୁତାବକ, ବିରୋଧୀ ମେଣ୍ଟ ସର୍ବସମ୍ମତିରେ ତାଙ୍କ ନାମ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଚୟନ କରିଛି ।

ବି ସୁଦର୍ଶନ ରେଡ୍ଡୀଙ୍କ ଜନ୍ମ ୮ ଜୁଲାଇ ୧୯୪୬ ମସିହାରେ ହୋଇଥିଲା । ସେ ଭାରତର ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏବଂ ଗୋଆର ପ୍ରଥମ ଲୋକାୟୁକ୍ତ ଥିଲେ । ସୁଦର୍ଶନ ରେଡ୍ଡୀ ଆନ୍ଧ୍ରପ୍ରଦେଶର ରଙ୍ଗା ରେଡ୍ଡୀ ଜିଲ୍ଲାର ଆକୁଲା ମୈଲାରାମ ଗାଁରେ ଏକ କୃଷକ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପ୍ରାରମ୍ଭିକ ଶିକ୍ଷା ପରେ, ସେ ୧୯୭୧ ମସିହାରେ ହାଇଦ୍ରାବାଦର ଓସମାନିଆ ବିଶ୍ୱବିଦ୍ୟାଳୟରୁ ଆଇନ ପାସ୍ କରିଥିଲେ ।

Leave A Reply

Your email address will not be published.