ଓଡ଼ିଆ ନ୍ୟୁଜ୍:ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ରର ସୂଚନା । ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କି.ମି ପବନ ପୂର୍ବାନୁମାନ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବିଶେଷ ପରାମର୍ଶ । ଆଜି କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖରେ କନ୍ଧମାଳ ଓ ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ ଓ କେନ୍ଦୁଝରରେ ଭାରୀ ବର୍ଷା ଆଶଙ୍କା।