ଓଡ଼ିଆ ନ୍ୟୁଜ୍: ଆଗାମୀ ୪୮ ଘଣ୍ଟାରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ।ପ୍ରଭାବରେ ଆଜିଠୁ ଅଗଷ୍ଟ ୨୯ ଯାଏ ପ୍ରବଳ ବର୍ଷା ସମ୍ଭାବନା।୧୦ ଜିଲ୍ଲାକୁ ୟେଲୋ, ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ଆଲର୍ଟ।ଅଗଷ୍ଟ ୨୯ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ,ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଥିବାବେଳେ ସପ୍ତାହେ ଯାଏ ଏଭଳି ପରିସ୍ଥିତି ରହିବ। ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାଗୁଡ଼ିକ ମଧ୍ୟରେ ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ କୋରାପୁଟ ଆଦି ଜିଲା ରହିଛି।