ବିରାଜିବେ ବିଘ୍ନ ବିନାଶକ

0

ଓଡ଼ିଆ ନ୍ୟୁଜ୍: ଆଜି ବିରାଜିବେ ବିଘ୍ନରାଜ । ଅଗ୍ରପୂଜ୍ୟଙ୍କ ଆରାଧନା ସହ ଆସିଛି ପାର୍ବଣ। ଗଣେଶ ପୂଜା ପାଇଁ ସାରା ରାଜ୍ୟ ଚଳଚଞ୍ଚଳ ହୋଇଛି । ସକାଳୁ ସକାଳୁ ବିଭିନ୍ନ ପୂଜା କମିଟି, ଶିକ୍ଷାନୁଷ୍ଠାନ, ଶିଳ୍ପ ଅନୁଷ୍ଠାନ, ସହର ବଜାର ସବୁ କିଛି ଚଳଚଞ୍ଚଳ ହୋଇଛି । ଗାଁଠୁ ସହର ସବୁଆଡ଼େ ଉତ୍ସବମୁଖର ପରିବେଶ । ପୂଜା କମିଟି ଗୁଡ଼ିକ ବିଭିନ୍ନ ପ୍ରକାର ଡିଜାଇନରେ ଗଜାନନଙ୍କ ମୂର୍ତ୍ତି କରିଛନ୍ତି ।

ଗଣେଶ ପୂଜା ପାଇଁ ପ୍ରସିଦ୍ଧି ଲାଭ କରିଛି ଖୋର୍ଦ୍ଧା ଜିଲ୍ଲା ଜଟଣି । ଜଟଣିରେ ବେଶ୍ ଜାକଜକମର ସହିତ ହୋଇଥାଏ ଗଣେଶ ପୂଜା । ଏଥର ବି ଜଟଣିର ବିଭିନ୍ନ ପୂଜା କମିଟି ପକ୍ଷରୁ ଆକର୍ଷଣୀୟ ମୂର୍ତ୍ତି କରାଯାଇଛି । ସାଜସଜ୍ଜା ବି ଆଖି ଝଲସିଲା ଭଳି ।

Leave A Reply

Your email address will not be published.