ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ତାଲିକାରେ ଅଷ୍ଟମ ସ୍ଥାନରେ ମୋହନ ମାଝୀ

0

ଓଡ଼ିଆ ନ୍ୟୁଜ୍: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମିଳିଲା ଜାତୀୟ ସ୍ୱୀକୃତି । ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ତାଲିକାରେ ଅଷ୍ଟମ ସ୍ଥାନରେ ଅଛନ୍ତି ମୋହନ । ଅକ୍ଳାନ୍ତ ପରିଶ୍ରମ, ନିଷ୍ଠା, ପ୍ରତିଶ୍ରୁତିବଦ୍ଧତା ଓ ବିଜେପି ସରକାରର ଅଭିନବ ଯୋଜନାକୁ ଦକ୍ଷତାର ସହ କାର୍ଯ୍ୟକାରୀ କରି ଏ ସଫଳତା ସେ ପାଇଛନ୍ତି । ବହୁ ପୁରୁଖା ଓ ଅଭିଜ୍ଞ ମୁଖ୍ୟମନ୍ତ୍ରୀଙ୍କୁ ପଛକୁ ଠେଲି ୧୪ ମାସର ସରକାରର ମଙ୍ଗ ଧରିଥିବା ଶ୍ରୀ ମାଝୀଙ୍କ ଦକ୍ଷତାକୁ ଲୋକ ପସନ୍ଦ କରିଛନ୍ତି ।

ଜାତୀୟସ୍ତରର ଜଣାଶୁଣା ପତ୍ରିକା ‘ଇଣ୍ଡିଆ ଟୁଡେ-ସିଭୋଟର’ ପକ୍ଷରୁ ‘ମୁଡ୍‌ ଅଫ ଦ ନେସନ’ ମିଳିତ ସର୍ଭେରେ ଦେଶର ବୃହତ୍‌ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଦକ୍ଷତା ଆକଳନରେ ମୋହନ ବେଶ୍‌ ଆଗରେ ଅଛନ୍ତି । ଏହି ତାଲିକାରେ ଅଷ୍ଟମ ସ୍ଥାନରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମାତ୍ର ୧୪ ମାସର ଶାସନ କାଳରେ ମୋହନ ମାଝୀ ବେଶ୍‌ ଲୋକପ୍ରିୟତା ସାଉଁଟି ପାରିଛନ୍ତି ।

Leave A Reply

Your email address will not be published.