ଓଡ଼ିଆ ନ୍ୟୁଜ୍: ନୂଆ ଭୁବନେଶ୍ବର ଘୋଷଣାକୁ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ପ୍ରତିକ୍ରିୟା।ଗିଫ୍ଟ ସିଟି ଧୋଲେରା ଢାଞ୍ଚାରେ ହେବ ନୂଆ ଭୁବନେଶ୍ବର ସହର।ମଳିପଡ଼ା, ଦାସପୁର, ଅନ୍ଧାରୁଆ ଓ ଗୋଠପାଟଣାକୁ ନେଇ ହେବ ନୂଆ ସହର।ସିଙ୍ଗାପୁର ସରକାର ଏହାର ଡ୍ରଇଙ୍ଗ୍ ଓ ଡିଜାଇନ୍ ପ୍ରସ୍ତୁତ ଦାୟିତ୍ବ ନେଇଛନ୍ତି। ନୂଆ ସହରରେ ଆଇଟି ପାର୍କ, ମେଡିକାଲ ସୁବିଧା, ବ୍ୟବସାୟିକ ପ୍ରତିଷ୍ଠାନ ରହିବ।ନୂଆ ସହରରେ ଶିଳ୍ପ ସଂସ୍ଥାକୁ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ।
ଏହି ନୂଆ ସହରରେ ଆଇଟି ପାର୍କ, ମେଡିକାଲ ସୁବିଧା, ଲୋକ ରହିବା ପାଇଁ ଘର, ବ୍ୟବସାୟିକ ପ୍ରତିଷ୍ଠାନ, ପେଡେଷ୍ଟ୍ରିୟାନଙ୍କ ପାଇଁ ଚାଲିବା ବ୍ୟବସ୍ଥା, ଓପନ ସ୍ପେସ, ଅର୍ଥନୈତିକ ଆକ୍ଟିଭିଟି ବ୍ୟବସ୍ଥା ରହିଛି। ନୂଆ ସହର ମଧ୍ୟରେ ଶିଳ୍ପ ସଂସ୍ଥାକୁ ମଧ୍ୟ ଗୁରୁତ୍ୱ ଦିଆଯିବ। ଏହାର ଡିପିଆର ସିଙ୍ଗାପୁର ସରକାର ବନାଉଥିବା ବେଳେ, ଆବଶ୍ୟକ ଅର୍ଥ ମଧ୍ୟ ସେମାନଙ୍କୁ ଦିଆଯାଇଛି। ଆସନ୍ତା ଏକରୁ ଦୁଇ ମାସ ଭିତରେ ରାଜ୍ୟ ସରକାରଙ୍କୁ ଡିପିଆର ଦେବ ସିଙ୍ଗାପୁର। ସହର ବୃଦ୍ଧି ସହ ସହରକୁ ରି-ଡେଭଲପମେଣ୍ଟ ମଧ୍ୟ କରିବାକୁ ଆମେ ଯୋଜନା କରୁଛୁ।