ଓଡ଼ିଆ ନ୍ୟୁଜ୍: ୱେଲ୍ ମାର୍କଡ୍ ଲୋପ୍ରେସର୍ରେ ପରିଣତ ହେଲା ଲଘୁଚାପ।ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ। ଟ୍ବିନ୍ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା। ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା। ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୨୦୦ମିମିରୁ ଅଧିକ ବର୍ଷିବାର ସମ୍ଭାବନା ରହିଛି । ଆଇଏମ୍ଡି ମହାନିର୍ଦ୍ଦେଶକକହିଛନ୍ତି, ସେପ୍ଟେମ୍ବର ମାସରେ ଓଡ଼ିଶାରେ ସ୍ୱାଭାବିକ ପରିମାଣର ବର୍ଷା ହେବ । ସେପ୍ଟେମ୍ବର ମାସରେ ଦେଶରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ମାସ ଆରମ୍ଭ ସୁଦ୍ଧା ୧୦୭% ବର୍ଷା ହୋଇଛି ।
ସ୍ୱାଭାବିକଠାରୁ ପ୍ରାୟ ୭% ଅଧିକ ବର୍ଷା ହୋଇଛି । ସାଧାରଣତଃ ୧୩ରୁ ୧୪ଟି ଲଘୁଚାପ ବା ଅବପାତ ସୃଷ୍ଟି ହୋଇଥାଏ । ଏଥର ୧୬ଟି ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଲଘୁଚାପ ହେଲେ ଦକ୍ଷିଣ ପଶ୍ଚିମ ଭାଗରେ ଅଧିକ ବର୍ଷା ହୁଏ ବୋଲି ସେ କହିଛନ୍ତି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଗତକାଲି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।