ଓଡ଼ିଆ ନ୍ୟୁଜ୍: ମହାପ୍ରଭୁଙ୍କ ଭୂସଂପତ୍ତି ଫେରାଇ ଆଣିବାକୁ ସରକାରଙ୍କ ପ୍ରକ୍ରିୟା ଆରମ୍ଭ। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ।ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।’ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରାଜ୍ୟ ଓ ରାଜ୍ୟ ବାହାରେ ଅଛି’। ‘ସେଥିମଧ୍ୟରୁ ୩୬ରୁ ୩୭ ହଜାର ଏକର ଜମିର କାଗଜ ପ୍ରସ୍ତୁତ କରିସାରିଛୁ’।ବାକି ଜମିର କାଗଜପତ୍ର ପ୍ରସ୍ତୁତ କରିବାର ପ୍ରକ୍ରିୟା ଜାରି ରହିଛି ।ସରକାର ବହୁତ ତ୍ବରିତ ଗତିରେ ଏହି କାର୍ଯ୍ୟ ଆରମ୍ଭ କରିଛନ୍ତି।’ମହାପ୍ରଭୁଙ୍କର ଭୂସଂପତ୍ତି ସଠିକ୍ ଆକଳନ ପାଇଁ କାମ ଚାଲିଛି’।
ମହାପ୍ରଭୁଙ୍କର ଯେଉଁଠି ଭୂସମ୍ପତ୍ତି ଅଛି ତାହାର ଠିକ୍ ଆକଳନ କିପରି ହୋଇପାରିବ ସେନେଇ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି। ରାଜ୍ୟ ଏବଂ ରାଜ୍ୟ ବାହାରେ ଯେଉଁଠି ମହାପ୍ରଭୁଙ୍କ ସମ୍ପତ୍ତି ଅଛି ସେସବୁ ମହାପ୍ରଭୁଙ୍କ କାମରେ କିପରି ବିନିଯୋଗ ହେବ ସେନେଇ ସରକାର ପଦକ୍ଷେପ ନେଉଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି।