ଓଡ଼ିଆ ନ୍ୟୁଜ୍: ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ। ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଜି ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଥିଲା । ମାତ୍ର ପ୍ରବଳ ବର୍ଷା ପାଇଁ ତାଙ୍କ ବିମାନ ଓହ୍ଲାଇ ପାରିନାହିଁ । ପାଗ ଖରାପ ଯୋଗୁଁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ। ବର୍ଷା ପାଇଁ ତାଙ୍କ ବିମାନ କୋଲକତା ଚାଲିଯାଇଛି । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।