ଓଡ଼ିଆ ନ୍ୟୁଜ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ବ୍ୟାପକ ଭାବେ ବୃକ୍ଷ ରୋପଣ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ବାନ କରିଛନ୍ତି। ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ଜରିଆରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆସନ୍ତା ୧୭ ତାରିଖ ଦିନ ରାଜ୍ୟରେ ବ୍ୟାପକ ପରିମାଣରେ ବୃକ୍ଷ ରୋପଣ କରାଯିବ। ରାଜ୍ୟ ସରକାର ଏଥି ପାଇଁ ସୁବନ୍ଦୋବସ୍ତ କରିଛନ୍ତି। ସରକାରଙ୍କ ବିଭିନ୍ନ ବିଭାଗ ଦ୍ବାରା ପରିବେଶ ଅନୁକୂଳ କାର୍ଯ୍ୟକ୍ରମ ହାତକୁ ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ବ୍ୟାପକ ଭାବେ ବୃକ୍ଷ ରୋପଣ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ବାନ କରିଛନ୍ତି। ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ଜରିଆରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି।
ଭିଡିଓ ବାର୍ତ୍ତାରେ ଶ୍ରୀ ମାଝୀ କହିଛନ୍ତି, ଜନ୍ମଦାତ୍ରୀ ମା’ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଭଲପାଇବା ପ୍ରଦର୍ଶନ କରିବା ସହିତ ଧରିତ୍ରୀ ମା’ର ସୁରକ୍ଷା ଉଦ୍ଦେଶ୍ୟରେ ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ ପେଡ୍ ମା’ କେ ନାମ୍’ ଅଭିଯାନର ପରିକଳ୍ପନା କରିଥିଲେ। ଗତବର୍ଷ ଠାରୁ ଆରମ୍ଭ ହୋଇଥିବା ଏହି ଅଭିଯାନ ଆଜି ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି।