୧୫ ମାସରେ ୧ ଲକ୍ଷ ୭ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ସୂଚନା। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ ନିଯୁକ୍ତି ଦିଆଯାଇଛି କହିଲେ।‘ସରକାରୀ ପଦବୀରେ ୩୦ ହଜାର, ଘରୋଇ କ୍ଷେତ୍ରରେ ୭୭ ହଜାର ନିଯୁକ୍ତି’।ସରକାରୀ ଚାକିରୀ କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରି ନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବଶାଳୀ ମାଧ୍ୟମ ବୋଲି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ମେଳା ଅବସରରେ ନବ ନିଯୁକ୍ତ ଅଧିକାରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି।

ଭୁବନେଶ୍ୱର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଏକାଦଶତମ ନିଯୁକ୍ତି ମେଳା ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ୭ଟି ବିଭାଗ ଯଥା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୯୮୨ ଜଣ, ଜଳ ସମ୍ପଦ ବିଭାଗରେ ୪୧୩ ଜଣ, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୩୪ ଜଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୩୬ ଜଣ , ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରେ ୨୩ ଜଣ, ଅର୍ଥ ବିଭାଗରେ ୬୧ ଜଣ ଓ ଆଇନ୍ ବିଭାଗରେ ୩୭ ଜଣଙ୍କୁ ଏହିଭଳି ସମୁଦାୟ ୧୬୮୬ ଜଣଙ୍କୁ ବିଭିନ୍ନ ବର୍ଗରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ସରକାରଙ୍କ ଦ୍ବିତୀୟ ବର୍ଷ ପ୍ରାରମ୍ଭର ଏହା ହେଉଛି ଦ୍ବିତୀୟ ନିଯୁକ୍ତି ମେଳା।

ମୁଖ୍ୟମନ୍ତ୍ରୀ ଉପସ୍ଥିତ ନବ ନିଯୁକ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଆପଣମାନଙ୍କର କର୍ତ୍ତବ୍ୟ ହେଉଛି ସରକାରଙ୍କ ନୀତି ନିୟମର ମର୍ଯ୍ୟାଦାରେ ରହି ନିଜ କାର୍ଯ୍ୟ ସମ୍ପାଦନ କରିବା। ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସମସ୍ତେ ଭଲ କାମ କରନ୍ତୁ, ସୁନାମ ଅର୍ଜନ କରନ୍ତୁ, ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ। ଅସୀମିତ ଆତ୍ମସନ୍ତୋଷ ପାଇବେ। ସାଧାରଣ ଗରିବ ଜନତାଙ୍କ ଆଶୀର୍ବାଦ ହେବ ଆପଣଙ୍କ ପାଇଁ ସବୁଠାରୁ ବଡ ପୁଞ୍ଜି।

 

Leave A Reply

Your email address will not be published.