ସୁଭଦ୍ରା’କୁ ଏକ ବର୍ଷ ପୂର୍ତ୍ତି: ଓଡ଼ିଶା ପାଳିବ “ଧନ୍ୟବାଦ ମୋଦି” ଉତ୍ସବ

0

ଓଡ଼ିଆ ନ୍ୟୁଜ୍: ସୁଭଦ୍ରା’କୁ ଏକ ବର୍ଷ ପୂର୍ତ୍ତି: ଓଡ଼ିଶା ପାଳିବ “ଧନ୍ୟବାଦ ମୋଦି” ଉତ୍ସବ।  ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନା ସଫଳ ଭାବରେ ଏକ ବର୍ଷ ପୂରଣ କରିବାକୁ ଯାଉଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମଗ୍ର ଓଡ଼ିଶାରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇବା ନିମନ୍ତେ ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ୩୩୮ଟି ସିଡିପିଓ ୟୁନିଟରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡା ମତ ପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ହିତାଧିକାରୀମାନେ ସୁଭଦ୍ରା ଯାତ୍ରା ଓ ସଫଳତା କାହାଣୀ ମାଧ୍ୟମରେ ସୁଭଦ୍ରା ସେମାନଙ୍କ ଜୀବନରେ କିପରି ସକାରାତ୍ମକ ପରିବର୍ତ୍ତନ ଆଣିଛି ତାହା ଉପସ୍ଥାପନା କରିବେ।ଅଙ୍ଗନବାଡି କେନ୍ଦ୍ର ସ୍ତରରେ ୧୭ ସେପ୍ଟେମ୍ବର ୨୦୨୫ ଠାରୁ ପୋଷଣ ମାସ ଆରମ୍ଭ ହେବା ସହ ସୁଭଦ୍ରା ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ସମ୍ମିଳିତ ଭାବେ ପାଳନ କରାଯିବ।

Leave A Reply

Your email address will not be published.