୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

0

ଓଡ଼ିଆ ନ୍ୟୁଜ୍: ଦଶହରାରେ ଅଧିକ ବର୍ଷା ହୋଇପାରେ । ମିଆଁମାରରେ ସୃଷ୍ଟି ଲଘୁଚାପ ୩୦ ତାରିଖ ବେଳକୁ ଓଡ଼ିଶା ଉପକୂଳ ବଙ୍ଗୋପସାଗରକୁ ଆସିପାରେ । ୨ ତାରିଖ ବେଳକୁ ଏହା ଓଡ଼ିଶା ଉପକୂଳ ପାଖରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ । ଯାହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ବଜ୍ରପାତ ସହ ଅତିପ୍ରବଳ ବର୍ଷା ଲାଗିରହିବ । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଭଦ୍ରକ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ ଲଘୁଚାପ ଦୁର୍ବଳ ହେଲା ବେଳକୁ ଆଉ ଏକ ଲଘୁଚାପ ୨୫ ସେପ୍ଟେମ୍ବର ବେଳକୁ ଦାନା ବାନ୍ଧୁଛି । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି,୨୬ ସେପ୍ଟେମ୍ବର ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ ।

Leave A Reply

Your email address will not be published.