ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା। ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ସତ୍ସ୍ୟଜୀବୀଙ୍କୁ ପରାମର୍ଶ।ଆସନ୍ତାକାଲି ପାଇଁ ସୁନ୍ଦରଗଡ଼ ଓ ସମ୍ୱଲପୁର ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି।ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ ଓ ୨ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।