ଓଡ଼ିଶା ଆସିବେ ମୋଦି, ହାଇ ଆଲର୍ଟରେ ଝାରସୁଗୁଡା

0

ଓଡ଼ିଆ ନ୍ୟୁଜ୍: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,  ହାଇଆଲର୍ଟରେ ରହିଛି ଝାରସୁଗୁଡ଼ା ସହର। ସେପ୍ଟେମ୍ବର ୨୭ ତାରିଖ ଅର୍ଥାତ ଆସନ୍ତାକାଲି ଝାରସୁଗୁଡ଼ାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ଯୁବ ସମାବେଶ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ।

ପୂର୍ବାହ୍ନ ୧୧ଟା ୧୦ ମିନିଟରେ ପ୍ରଧାନମନ୍ତ୍ରୀ ମୋଦି ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ସାରି ୧୨ଟା ୪୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.