ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା

0

ଓଡ଼ିଆ ନ୍ୟୁଜ୍: ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା।ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ। ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ମଧ୍ୟ ଉପସ୍ଥିତ।ଲଘୁଚାପ ବର୍ଷାରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ସମୀକ୍ଷା ବୈଠକ କରିଛନ୍ତି । ପାଣିପାଗ ବିଭାଗର ସୂଚନା ଅନୁସାରେ ଲଘୁଚାପ ପ୍ରଭାବରେ ୩ ଟି ଜିଲ୍ଲା କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି । ଅନ୍ୟପଟେ ୧୪ଟି ଜିଲ୍ଲା ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି ।

ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ ୨୪ ଘଣ୍ଟା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । ଏପରି ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର ଏବଂ ଅଧିକାରୀମାନଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବାକୁ କୁହାଯାଇଛି । ଏଥି ସହିତ ଦାୟିତ୍ୱରେ ଥିବା ଇଞ୍ଜିନିୟରିଂ କର୍ମଚାରୀମାନେ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.